fbpx
BJD SKY
BJD SKY

ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

BJD

ଭୁବନେଶ୍ୱର (ଓଡିଶା ଭାସ୍କର):ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ ରାଉତରାୟଙ୍କୁ ଜଣେ ଲୋକପ୍ରିୟ ରାଜନେତା ତଥା ଅମାୟିକ ବ୍ୟକ୍ତିତ୍ବ ଭାବରେ ବର୍ଣନା କରିଛନ୍ତି।ଦଳ ମତ ନିର୍ବିଶେଷରେ ସେ ସମସ୍ତଙ୍କ ପ୍ରିୟଭାଜନ ଥିଲେ ।ରାଜ୍ୟ ସରକାରଙ୍କ ଜଣେ ମନ୍ତ୍ରୀ ଭାବରେ ସେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ଦଷତାର ସହ ନିର୍ବାହ କରିଥିଲେ । ତାଙ୍କର ବିୟୋଗରେ ଆମ ସମସ୍ତଙ୍କ ପାଇଁ ଏକ ବିରାଟ ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି
ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାର ବର୍ଗ ଙ୍କୁ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମର ସଦ୍ ଗତି କାମନା କରଛନ୍ତି ।
ବିଜୟ ଶ୍ରୀ ରାଉତରାୟଙ୍କ ପରଲୋକ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ଫୋନ ଯୋଗ ସ୍ବର୍ଗତ ରାଉତରାୟଙ୍କ ପୁଅ ତଥା ବିଧାୟକ ବିଷ୍ଣୁ ବ୍ରତ ରାଉତରାୟଙ୍କ ସହ କଥା ହୋଇ ସମବେଦନା ଜଣାଇଥିଲେ |

Get real time updates directly on you device, subscribe now.