ବଡ଼ ଭଉଣୀଙ୍କ ଶୋକରେ ଚଳିତବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ବେର: (ଓଡ଼ିଶା ଭାସ୍କର) ଆସନ୍ତାକାଲି ହେଉଛି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ । କିନ୍ତୁ ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ ନବୀନ । ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟାଙ୍କ ବିୟୋଗ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚଳିତ ବର୍ଷ ଜନ୍ମ ଦିବସ ପାଳନ କରିବେ ନାହିଁ । ଜନ୍ମଦିନ ପାଳନ କରିବାକୁ ମନା କରିବା ସହ ନବୀନ ନିବାସ ନଆସିବାକୁ ସେ ନିବେଦନ କରିଛନ୍ତି । ସେ କହିଛନ୍ତି ଯେ, ‘ରାଜ୍ୟବାସୀଙ୍କ ଭଲପାଇବା, ଶୁଭେଚ୍ଛା ଓ ଆର୍ଶୀବାଦ ପାଇଁ ମୁଁ ଋଣୀ ।’