fbpx

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ଜିଲ୍ଲାକୁ ଦେବେ ୫ଶହ କୋଟିର ଭେଟି

ଭୁବନେଶ୍ୱର/ବଲାଙ୍ଗୀର, (ଭାସ୍କର ନ୍ୟୁଜ୍‌):  ଆଜି ବଲାଙ୍ଗୀର ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବା ସହ ପ୍ରାୟ ୫୦୦କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ । ବଲାଙ୍ଗୀର ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩ଟି ସ୍ଥାନ ଯଥା ବଲାଙ୍ଗୀର, ଟିଟଲାଗଡ଼ ଓ ପାଟନାଗଡ଼ରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେବେ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ବିଭିନ୍ନ ବ୍ଲକ ମୁଖ୍ୟାଳୟରେ ସିଧାସଳଖ ପ୍ରସାରଣ ହେବ ଓ ମନ୍ତ୍ରୀମାନେ ସେଠାରେ ସାଧାରଣ ଲୋକମାନଙ୍କ ସହ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ବ୍ୟାପକ ପ୍ରସ୍ତୁତି କରିଥିବା ବେଳେ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି ।

Get real time updates directly on you device, subscribe now.