fbpx

ପଦ୍ମପୁର ବିଧାୟକଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ଆଉ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି । ସେ ଲେଖିଛନ୍ତି ପଦ୍ମପୁର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିଜୟ ରଞ୍ଜନ ସିଂହ ବରିହାଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ଲୋକଙ୍କ କଲ୍ୟାଣ ପାଇଁ ଜନପ୍ରତିନିଧି ଭାବେ ସେ କରିଯାଇଥିବା କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।

ଏହା ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ କରି ଶୋକ ପ୍ରକାଶ କରିଛନ୍ତି । ସେ ଲେଖିଛନ୍ତି ଯେ ପୂର୍ବତନ ମନ୍ତ୍ରୀ ତଥା ବରଗଡ ଜିଲ୍ଲା ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ।ସାମାଜିକ ଓ ରାଜନୈତିକ ଜୀବନରେ ସେ କରିଥିବା ଉଲ୍ଳେଖନୀୟ କାର୍ଯ୍ୟ ଗୁଡ଼ିକ ସବୁ ଦିନ ପାଇଁ ସ୍ମରଣୀୟ ହୋଇ ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମେବଦନା ଜଣାଉଛି।ଓଁ ଶାନ୍ତି

 

ସୂଚନାମୁତାବକ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂହ ବରିହାଙ୍କ ସ୍ୱାସ୍ଥ୍ୟଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ଏହାପରେ ସେ ଗତକାଲି ବିଳମ୍ବିତ ରାତିରେ ତାଙ୍କ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ବୟସ ହୋଇଥିଲା ।

Get real time updates directly on you device, subscribe now.