fbpx

ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ, କରିବେ ମହାପ୍ରଭୁଙ୍କ ଦର୍ଶନ

ଭୁବନେଶ୍ୱର, ୮ା୨ (ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିଦର୍ଶନ ସହ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବେ । କୋଭିଡ୍ ମହାମାରୀ ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଦର୍ଶନ କରିବେ ।

ସୂଚନାଯୋଗ୍ୟ ଯେ, ଗତକାଲି ଶ୍ରୀମନ୍ଦିରକୁ ନେଇ ଜାତୀୟ ସ୍ମାରକ ପ୍ରାଧିକରଣ (ଏନଏମଏ)ଙ୍କ ପ୍ରସ୍ତାବିତ ଅଧିନିୟମ ଓଡ଼ିଶାବାସୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଥିଲା । ଏହି ଘଟଣାକୁ ନେଇ ବହୁ ବିବାଦ ସୃଷ୍ଟି ହୋଇଥିବା ବେଳେ ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ପୁରୀ ଗସ୍ତ ବେଶ ଗୁରୁତ୍ୱ ବହନ କରୁଛି । ଏନଏମଏର ପ୍ରସ୍ତାବିତ ଅଧିନିୟମ ଅନୁଯାୟୀ, ପୁରୀ ଶ୍ରୀମନ୍ଦିରର ୧୦୦ ମିଟର ପରିଧି ମଧ୍ୟରେ କୌଣସି ନିର୍ମାଣ କାର୍ଯ୍ୟକୁ ବାରଣ କରାଯାଇଥିଲା । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ଅଧିନିୟମ ପ୍ରତ୍ୟାହାର ଦାବିରେ ଏନଏମଏଙ୍କୁ ଚିଠି ଲେଖିଥିଲେ ।

Get real time updates directly on you device, subscribe now.