fbpx

୧୫ରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ, ସକାଳ ୮ଟାରୁ ପଞ୍ଜିକରଣ ଆରମ୍ଭ

ଭୁବନେଶ୍ୱର: ଆସନ୍ତା ସୋମବାର ଅର୍ଥାତ ଜୁଲାଇ ୧୫ ତାରିଖରେ ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏଥିପାଇଁ ଆଗ୍ରହୀ ଜନସାଧାରଣ ସେହି ଦିନ ସକାଳ ୮ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ । ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ଶୁଣାଣି ଆରମ୍ଭ ହେବ । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.