fbpx
BSKY
BJD MC SKY
BJD YOUTH SKY

ଅନୁଗୁଳରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ,ମଞ୍ଚ ବାଣ୍ଟିବେ କେନ୍ଦ୍ରମନ୍ତ୍ରୀ

ଅନୁଗୁଳ:ଅନୁଗୁଳରେ ଗସ୍ତରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁଗୁଳବାସୀଙ୍କୁ ନୂଆବର୍ଷ ଭେଟିଦେବେ । ମୁଖ୍ୟମନ୍ତ୍ରୀ ଆଜି ୧୧ଟି ପ୍ରକଳ୍ପର ଶୁଭାରମ୍ଭ ସହ ୧୩ରୁ ଅଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି । ଏହାବାଦ ମିଶନ ଶକ୍ତି ମହିଳାଙ୍କୁ ଭେଟିବା ସହ ୨୪୨ କୋଟି ଟଙ୍କା ଋଣର ଡିଜିଟାଲ ଲଞ୍ଚିଂ ଶୁଭାରମ୍ଭ କରିବେ । ବହୁ ପ୍ରତିକ୍ଷିତ ଅନୁଗୁଳ ବସଷ୍ଟାଣ୍ଡ, ପାଲଲହଡ଼ାରେ ମହିଳା ଓ ଶିଶୁଙ୍କ ଚିକିତ୍ସା ପାଇଁ ନୂଆ ଡାକ୍ତରଖାନା, ତାଳଚେର ପୌରପାଳିକା ଅଧୀନରେ ନିର୍ମାଣ ହୋଇଥିବା ହେରିଟେଜର ଶୁଭାରମ୍ଭ ହେବ ।

ନବୀନଙ୍କ ଗସ୍ତ ପାଇଁ ଅନୁଗୋଳ ଷ୍ଟାଡିୟମରେ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଛେଣ୍ଡିପଦା ବ୍ଲକ୍ ନତଡ଼ା ରେଲୱେ କ୍ରସିଂଠାରେ ଆଉ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ମଧ୍ୟ ମଞ୍ଚ ବାଣ୍ଟିବେ । ଏଥିପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି ।

Get real time updates directly on you device, subscribe now.