fbpx

ମୁଖ୍ୟମନ୍ତ୍ରୀଙ୍କ ରାଉରକେଲା ଗସ୍ତ ପୂର୍ବରୁ ପଶ୍ଚିମ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୧୫ା୨(ଓଡିଶା ଭାସ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଉରକେଲା ଗସ୍ତ ପୂର୍ବରୁ ପଶ୍ଚିମ ଓଡ଼ିଶା ପାଇଁ ରାଜ୍ୟ ସରକାରଙ୍କ ଏକ ବଡ଼ ଘୋଷଣାକରିଛନ୍ତି ।ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ WODCର ଅନୁଦାନକୁ ୨ ଗୁଣା କରିଛନ୍ତି । ପଶ୍ଚିମ ଓଡ଼ିଶାର ୧୦ ଜିଲ୍ଲା ଓ ଆଠମଲ୍ଲିକରେ WODC କାର୍ଯ୍ୟାଳୟ ଖୋଲିବାକୁ ଘୋଷଣା ମଧ୍ୟ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୋଟ ବଜେଟ ୧୦୦ କୋଟିରୁ ୨୦୦ କୋଟିକୁ ବୃଦ୍ଧି କରାଯାଇଛି ।
ପଶ୍ଚିମ ଓଡ଼ିଶାରେ ନିର୍ମାଣଧୀନ ପ୍ରକଳ୍ପଗୁଡ଼ିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବାକୁ ମୁଖ୍ୟମନ୍ତ୍ରୀ ନବୀନ ନିର୍ଦ୍ଦେଶ ଦେଇଛନ୍ତି । ଶିକ୍ଷା, ଭିତ୍ତିଭୂମି, ଜଳସେଚନ ସମେତ ପନିପରିବା ଓ ଡାଲି ଜାତୀୟ ଫସଲ ଉପରେ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ । ଏକ ଉଚ୍ଚସ୍ତରୀୟ କମିଟିରେ ଏହି ନିଷ୍ପତ୍ତି ନିଆଯାଇଛି ।

Get real time updates directly on you device, subscribe now.