fbpx

ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୭ା୮(ଓଡ଼ିଶା ଭାସ୍କର): ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାସହ ସୁଶାନ୍ତଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟବସ୍ଥା ମଧ୍ୟ ମୁଖ୍ୟମନ୍ତ୍ରୀ ପଚାରି ବୁଝିଛନ୍ତି ।ଉଲ୍ଲେଖଯୋଗ୍ୟ ଯେ ଆଜି ଗ୍ରାମ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା । ପଜିଟିଭ ଚିହ୍ନଟ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଥିଲେ । ଏହାସହ ସେ ଏବେ ଭୁବନେଶ୍ୱରର ଏକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ସେ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.