ରଥଯାତ୍ରା ପାଇଁ ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ

ଭୁବନେଶ୍ୱର, ୨୨ା୬(ଓଡ଼ିଶା ଭାସ୍କର): ଆଜି ରଥଯାତ୍ରା ପାଇଁ ମିଳିଛି ଅନୁମତି । ରଥଯାତ୍ରା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଟୁଇଟ କରିଛନ୍ତିି । ସେ ଟୁଇଟରେ ଜୟ ଜଗନ୍ନାଥ ବୋଲି ଲେଖିଛନ୍ତି ।

ଅନ୍ୟପଟେ ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ । ଏହି ବୈଠକରେ ରଥଯାତ୍ରା ପରିଚାଳନା ନେଇ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ ।

ଉଲ୍ଲେଖଯୋଗ୍ୟ ଯେ କିଛି ସମୟ ତଳେ ସମସ୍ତ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ରଥଯାତ୍ରା ପୁନର୍ବିଚାର ଆବେଦନର ଶୁଣାଣି କରିଥିଲେ ସୁପ୍ରିମକୋର୍ଟ । ପ୍ରଧାନ ବିଚାରପତି ଶରଦ ଅରବିନ୍ଦ ବୋବଡ଼େଙ୍କ ଅଧ୍ୟକ୍ଷତାରେ ୩ଜଣିଆ ଖଣ୍ଡପୀଠରେ ଭିଡ଼ିଓ କନଫରେନ୍ସ ଜରିଆରେ ଶୁଣାଣି ହୋଇଥିଲା । ସେହି ଖଣ୍ଡପୀଠରେ ଜଷ୍ଟିସ ବୋପାନ୍ନା ଓ ଜଷ୍ଟିସ ମାହେଶ୍ୱରୀ ଥିଲେ । ବିନା ଭକ୍ତ ଓ କଟକଣା ଭିତରେ ରଥଯାତ୍ରା କରିବା ପାଇଁ ସୁପ୍ରିମକୋର୍ଟ ଅନୁମତି ଦେଇଥିଲେ ।