fbpx

ଆଜିଠୁ ବଢ଼ିବ ଶୀତ, ଆଗକ ଆହୁରୀ ତଳକୁ ଖସିବ ପାରଦ

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାହାର ପ୍ରକ୍ରିୟା ଜାରି ରହିଛି । ଏହି ଧାରା ଅବ୍ୟାହତ ରହିଲେ ଚଳିତ ମାସ ୨୩ ତାରିଖ ସୁଦ୍ଧା ସମଗ୍ର ରାଜ୍ୟରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ରୂପେ ବିଦାୟ ନେଇଯିବ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି । ୨୨ ତାରିଖରୁ ରାଜ୍ୟର ରାଜଧାନୀ ଭୁବନେଶ୍ୱର ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ୧.୯ରୁ ୧.୫ ଡିଗ୍ରି ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରା କମିବା ଯୋଗୁଁ ହାଲୁକା ଶୀତ ଅନୁଭୂତ ହେବ ବୋଲି ସୂଚନା ଦିଆଯାଇଛି ।

ଏବେ ରାଜ୍ୟରେ ପାଗ ଶୁଖିଲା ରହିଛି । ତେବେ ଗଞ୍ଜାମ ଓ ଗଜପତିରେ ୨୫ ତାରିଖ ପର୍ଯ୍ୟନ୍ତ ପାଗ ମେଘୁଆ ରହିବା ସହ ବିକ୍ଷିପ୍ତ ବର୍ଷା ସମ୍ଭାବନା ରହିଛି । ଅପରପକ୍ଷେ ରାଜ୍ୟର ତାପମାତ୍ରା ମଧ୍ୟ ଧୀରେଧୀରେ କମିବା ଆରମ୍ଭ କରିବ । ଚଳିତ ମାସ ଶେଷ ସପ୍ତାହ ସୁଦ୍ଧା ରାଜ୍ୟରେ ଶୀତ ଅନୁଭୂତ ହେବ ବୋଲି ଅନୁମାନ କରାଯାଉଛି । ୨୫ ତାରିଖରୁ ରାଜ୍ୟ ମଧ୍ୟକୁ ଜମ୍ମୁ- କଶ୍ମୀର ଅଞ୍ଚଳରୁ ଉତ୍ତରା ପବନ ବହିବା ଆରମ୍ଭ ହେବ । ଏଣୁ ୨୬ ତାରିଖରୁ ରାଜ୍ୟରେ ଉଭୟ ଦିନ ଓ ରାତିର ତାପମାତ୍ରା କମିବ । ୨୬ ରୁ ୨୮ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨.୫ ଡିଗ୍ରି କମିବ ।

Get real time updates directly on you device, subscribe now.