fbpx

ଧର୍ମାନୁଷ୍ଠାନ ଖୋଲିବା ନିଷ୍ପତ୍ତି ନେବେ ଜିଲ୍ଲାପାଳ: ମୁଖ୍ୟ ସଚିବ

ଭୁବନେଶ୍ୱର, ୧୪ା୧୨ (ଓଡିଶା ଭାସ୍କର): ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଜାରି ରହିଛି । ଏନେଇ ଟ୍ୱିଟ୍ ମାଧ୍ୟମରେ ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି । ଏହାର ନିଷ୍ପତ୍ତି ନେବା ପାଇଁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ କ୍ଷମତା ପ୍ରଦାନ କରାଯାଇଛି । ତେବେ ବିଭିନ୍ନ ଅଂଶୀଦାରମାନଙ୍କ ସହ ଆଲୋଚନା କରିବା ପରେ ଜିଲ୍ଲାପାଳ ଏନେଇ ନିଷ୍ପତ୍ତି ନେବେ ବୋଲି କୁହାଯାଇଛି ।

Get real time updates directly on you device, subscribe now.