ପ୍ରଚାର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼, ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି

କଲମ୍ବିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଚାଲିଥିବା ସମୟରେ ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ ଉରିବେଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ ।

କଲମ୍ବିଆ: ବୋଗୋଟାରେ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ଗୁଳିମାଡ଼ । କଲମ୍ବିଆରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଚାଲିଥିବା ସମୟରେ ରାଷ୍ଟ୍ରପତି ପ୍ରାର୍ଥୀ ମିଗୁଏଲ ଉରିବେଙ୍କୁ ଗୁଳିମାଡ଼ କଲେ ଦୁର୍ବୃତ୍ତ । ଗୁରୁତର ଅବସ୍ଥାରେ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ବୋଗୋଟା ସହରରେ ଏକ ପ୍ରଚାର କାର୍ଯ୍ୟକ୍ରମରେ ଜନସାଧାରଣଙ୍କୁ ସମ୍ବୋଧିତ କରୁଥିବାବେଳେ ଜଣେ ଦୁର୍ବୃତ୍ତ ତାଙ୍କୁ ଗୁଳିମାଡ଼ କରିଛି। ଘଟଣାସ୍ଥଳରେ ଉରିବେ ତଳେ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଥିବା ସୂଚନା ମିଳିଛି।

ପୁଲିସ ଏହି ଘଟଣାରେ ଅଭିଯୁକ୍ତ ଦୁର୍ବୃତ୍ତକୁ ଗିରଫ କରିଛି। ଏପଟେ ଏହି ଆକ୍ରମଣକୁ ନିନ୍ଦା କରିଛନ୍ତି କଲମ୍ବିଆ ସରକାର । ତେବେ ଆସନ୍ତା ବର୍ଷ କଲମ୍ବିଆରେ ହେବାକୁ ଅଛି ନିର୍ବାଚନ ।