fbpx

କରୋନାକୁ ହରାଇଲେ ୯୫ବର୍ଷର ବୃଦ୍ଧ, ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର, ୨୧ା୭(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କରୋନାରେ ଗଞ୍ଜାମ ଜିଲ୍ଲା ସବୁଠାରୁ ବେଶି ପ୍ରଭାବିତ ହୋଇଛି । କିନ୍ତୁ ଗଞ୍ଜାମ ଜିଲ୍ଲାର ସୋରଡ଼ା ବ୍ଲକରେ ଏକ ୯୫ବର୍ଷର ବୃଦ୍ଧ କରୋନାକୁ ହରାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିପାରିଛନ୍ତି । ସେଠାରେ ୯୫ବର୍ଷୀୟ ଉଦୟନାଥ ବିଷୋୟୀ କରୋନାରୁ ସୁସ୍ଥ ହୋଇଛନ୍ତି । କରୋନକୁ ହରାଇଥିବାରୁ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ତାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ।

Get real time updates directly on you device, subscribe now.