fbpx

ଓଡ଼ିଶାର ୨୧ ସଂସଦୀୟ କ୍ଷେତ୍ର ପାଇଁ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ଏହି ଅବସରରେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି । ତେବେ ଏହା ମଧ୍ୟରେ ଆସିଛି ଏକ ବଡ଼ ଖବର ।

ତେବେ ନିକଟରେ କଂଗ୍ରେସ ଓଡ଼ିଶାର ଲୋକସଭା ଓ ବିଧାନସଭା ଆସନ ପାଇଁ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଆଗକୁ ଅବଶିଷ୍ଟ ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିବ । ଏହା ମଧ୍ୟରେ ଓଡ଼ିଶା ପ୍ରଦେଶ କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ଭକ୍ତଚରଣ ଦାସ ମାନସ ରଞ୍ଜନ ଚୌଧୁରୀଙ୍କୁ ରାଜ୍ୟ ପ୍ରଚାର କମିଟିର କାର୍ଯ୍ୟକ୍ରମ ସଂଯୋଜକ ଭାବେ ନିଯୁକ୍ତି ଦେଇଛନ୍ତି । ଏଥିସହିତ ରାଜ୍ୟର ୨୧ଟି ସଂସଦୀୟ କ୍ଷେତ୍ର ପାଇଁ ପ୍ରଚାର କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରାଯାଇଛି ।

Get real time updates directly on you device, subscribe now.