fbpx

ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ୮ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା: ୧୪ ଜଣ ପ୍ରାର୍ଥୀଙ୍କ ନାମ ହେଲା ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ମାସ ୧୯ ତାରିଖରୁ ଲୋକସଭା ନିର୍ବାଚନ ପାଇଁ ଦେଶରେ ୭ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ଏହାପରେ ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ । ତେବେ ନିର୍ବାଚନ ପାଇଁ ବିଭନ୍ନ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ କଂଗ୍ରେସ ମଧ୍ୟ ଏ କ୍ଷେତ୍ରରେ ପଛରେ ପଡ଼ିନାହିଁ । ଗତ ୨୫ ତାରିଖ ଦିନ ଦଳ ତା’ର ୬ଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ୨୬ ତାରିଖ ଦିନ ୭ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଥିଲା । ଏହାମଧ୍ୟରେ ଦଳ ଆଜି ତା’ର ୮ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ।

ଆଜି ଦଳ ୪ଟି ରାଜ୍ୟ ପଇଁ ୧୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଝାଡ଼ଖଣ୍ଡର ୩ଟି ଆସନ, ମଧ୍ୟପ୍ରଦେଶର ୩ଟି ଆସନ, ତେଲେଙ୍ଗାନାର ୪ଟି ଆସନ ଓ ଉତ୍ତରପ୍ରଦେଶର ୪ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଗତ ୨୦୧୯ ଲୋକସଭା ନିର୍ବାଚନରେ କଂଗ୍ରେସ ଦୁର୍ବଳ ପ୍ରଦର୍ଶନ କରିଥିବା ବେଳେ ଏଥର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କ ନେତୃତ୍ୱରେ ଦଳ ଭଲ ପ୍ରଦର୍ଶନ କରିବାକୁ ଲକ୍ଷ୍ୟ ରଖିଛି ।

Get real time updates directly on you device, subscribe now.