fbpx
BSKY SKY
BSKY SKY

ପୁରୀ ଲୋକସଭା ଆସନ ପାଇଁ ନୂଆ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

BSKY

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ମାସ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ମାସ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିଲା । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ତେବେ ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀ ତାଲିକା ଘୋଷଣା କରାଯିବା ପରେ ଅନେକ ନେତା ଦଳ ଛାଡ଼ୁଥିବା ଦେଖାଯାଉଛି ।

ତେବେ ଦଳ ଫଣ୍ଡିଂ ନ ଦେବାରୁ ପୁରୀ ସାଂସଦ ପ୍ରାର୍ଥୀ ସୁଚରିତା ମହାନ୍ତି ନିଜର ଟିକେଟ ଫେରସ୍ତ କରିଦେଇଥିଲେ । ଏନେଇ ସୁଚରିତା ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ସାଧାରଣ ସମ୍ପାଦକ କେ.ସି ବେଣୁଗୋପାଳଙ୍କୁ ଇ-ମେଲ ଜରିଆରେ ଜଣାଇଥିଲେ । ତେବେ ଏହା ମଧ୍ୟରେ ଏହି ଆସନ ପାଇଁ ନୂଆ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି କଂଗ୍ରେସ । ଜୟ ନାରାୟଣ ପଟ୍ଟନାୟକ ପୁରୀ ସଂସଦୀୟ କ୍ଷେତ୍ରରୁ କଂଗ୍ରେସ ଟିକେଟରେ ନିର୍ବାଚନ ଲଢ଼ିବେ । ଏନେଇ ଏଆଇସିସି ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ରିଲିଜ୍ କରି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.