fbpx
BJD SKY
BJD SKY

୧୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

BJD

ନୂଆଦିଲ୍ଲୀ: ଏପ୍ରିଲ ୧୯ରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଥିବା ବେଳେ ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ ନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳିଛି । ପୂର୍ବରୁ କଂଗ୍ରେସ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ପୁଣି ଜାରି କରିଛି ଆଉ ଏକ ପ୍ରାର୍ଥୀ ତାଲିକା ।

ଏହା ମଧ୍ୟରେ କଂଗ୍ରେସ ଆଜି ୨ଟି ରାଜ୍ୟର ୧୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି । ଆନ୍ଧ୍ରପ୍ରଦେଶର ୯ଟି ଓ ଝାଡ଼ଖଣ୍ଡର ୨ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ପାଇଁ ଡ. ପେଡାଡା ପରମେଶ୍ୱରରାଓ, ଭିଜିଆନଗରମ୍ ପାଇଁ ବୋବିଲି ଶ୍ରୀନୀଙ୍କୁ ପ୍ରାର୍ଥୀ କରାଯାଇଥିବା ବେଳେ ଝାଡ଼ଖଣ୍ଡର ରାଞ୍ଚି ଆସନ ପାଇଁ ୟଶଶ୍ୱିନୀ ସହାୟଙ୍କୁ ପ୍ରାର୍ଥୀ କରାଯାଇଛି । ସେହିପରି ଝାଡ଼ଖଣ୍ଡର ଗୋଡ୍ଡା ଆସନ ପାଇଁ ପୂର୍ବରୁ ପ୍ରାର୍ଥୀ ହୋଇଥିବା ଦୀପିକା ପାଣ୍ଡେ ସିଂହଙ୍କ ସ୍ଥାନରେ ପ୍ରଦୀପ ଯାଦବଙ୍କୁ ପ୍ରାର୍ଥୀ କରାଯାଇଛି ।

 

Get real time updates directly on you device, subscribe now.