fbpx

ଓଡ଼ିଶାର ୨ଟି ଲୋକସଭା ଓ ୮ଟି ବିଧାନସଭା ଆସନ ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଲୋକସଭା ନିର୍ବାଚନ ପାଇଁ ଗତ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଛି । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ କିଛି ନେତା ଦଳ ବଦଳ କରୁଥିବା ଦେଖାଯାଇଛି ।

ତେବେ ଏହା ମଧ୍ୟରେ କଂଗ୍ରେସ ଓଡ଼ିଶା ପାଇଁ ପୁଣି ଏକ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି । ଦଳ ମୋଟ ୨ଟି ଲୋକସଭା ଆସନ ଓ ୮ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି । ପୂର୍ବରୁ ବିଧାନସଭା ଆସନ ପାଇଁ ଦଳ ୪ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଏବେ ୫ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି । ସେହପରି ଲୋକସଭା ନିର୍ବାଚନ ପାଇଁ ଦଳ ପୂର୍ବରୁ ୩ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଏବେ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ।

Get real time updates directly on you device, subscribe now.