fbpx
BJD SKY
BJD SKY

ଭୁବନେଶ୍ୱର ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କିଏ?

BJD

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସରିବା ପରେ ଏବେ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି । ଏହାରି ମଧ୍ୟରେ ଭୁବନେଶ୍ୱର ମେୟର ପାଇଁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ । ଭୁବନେଶ୍ୱର ମହାନଗର ନିଗମ (ବିଏମସି) ମେୟର ପଦବୀ ପାଇଁ କଂଗ୍ରେସର ପ୍ରାର୍ଥୀ ହୋଇଛନ୍ତି ମଧୁସ୍ମିତା ଆଚାର୍ଯ୍ୟ । ଏ ନେଇ ବିଧିବଦ୍ଧ ଭାବେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ । ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ନାଁ ଘୋଷଣା କରିଛନ୍ତି ।

ତେବେ ମଧୁସ୍ମିତା ଜଣେ ଉଚ୍ଚଶିକ୍ଷିତା, ଯୁବ ଉଦ୍ୟୋଗୀ, କ୍ରୀଡ଼ାବିତ୍, ଓଡ଼ିଶୀ ନୃତ୍ୟ ଶିଳ୍ପୀ । କଲେଜ ଜୀବନରେ ମଧ୍ୟ ରାଜନୀତିରେ ଜଡିତ ଥିଲେ । ସେ ଧର୍ମଶାଳାର ପୂର୍ବତନ କଂଗ୍ରେସ ବିଧାୟକ କାଙ୍ଗାଳୀ ପଣ୍ଡାଙ୍କ ବୋହୂ । କାଙ୍ଗାଳୀ ପଣ୍ଡା ନିର୍ବାଚନ ଲଢ଼ିବା ସମୟରେ ମଧୁସ୍ମିତା ନିର୍ବାଚନ ପରିଚାଳନାରେ ସହାୟତା କରୁଥିଲେ । ସେ ଦୃଷ୍ଟିକୋଣରୁ କଂଗ୍ରେସ ତାଙ୍କ ଉପରେ ଭରସା କରିଛି । ସେଥିପାଇଁ ମଧୁସ୍ମିତାଙ୍କୁ ମେୟର ପ୍ରାର୍ଥୀ ଭାବେ ଚୟନ କରିଛି ଜାତୀୟ କଂଗ୍ରେସ ।

Get real time updates directly on you device, subscribe now.