fbpx

ପୁରୀ କଂଗ୍ରେସ ଭବନରେ ଗଣ୍ଡଗୋଳ

ପୁରୀ, ୧୭ା୨(ଓଡ଼ିଶା ଭାସ୍କର): ପୁରୀ କଂଗ୍ରେସ ଭବନରେ ଦୁଇ ଗୋଷ୍ଠୀ ମଧ୍ୟରେ ତୁମୁଳ କାଣ୍ଡ ହୋଇଛି । ଏହି ଘଟଣାରେ ୩ ଯୁବ କଂଗ୍ରେସ ନେତା ଗୁରୁତର ଭାବେ ଆହତ ହୋଇଛନ୍ତି । ସେମାନଙ୍କୁ ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି । ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ ଓ ପିସିସି ସଭାପତିଙ୍କ ଉପସ୍ଥିତିରେ ଏହି ଗଣ୍ଡଗୋଳ ହୋଇଛି । ଗଣ୍ଡଗୋଳ ପଛର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

Get real time updates directly on you device, subscribe now.