fbpx

କଂଗ୍ରେସ ନେତାଙ୍କୁ ହୋଇଗଲା କରୋନା, ଟ୍ୱିଟ୍ କରି ଦେଲେ ସୂଚନା

ଭୁବନେଶ୍ୱର,୨୧ ।୪(ଓଡିଶା ଭାସ୍କର): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ବେଶ ବଢିବାରେ ଲାଗିଛି । ବଡ ବଡ ସେଲିବ୍ରିଟ ଓ କରୋନା ଯୋଦ୍ଧା ଏହାର ଶିକାର ହେଉଥିବା ବେଳେ ଏଥିରୁ ବାଦ୍ ପଡିନାହାନ୍ତି ନେତା ଓ ମନ୍ତ୍ରୀ । ଏହାରି ମଧ୍ୟରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କରୋନା ପଜିଟିଭ ହୋଇଛନ୍ତି । କରୋନା ରିପୋର୍ଟ ପଜିଟିଭ ଆସିଥିବା ନେଇ ଖୋଦ୍ ନରସିଂହ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ପରୀକ୍ଷା କରିନେବାକୁ ସେ ପରାମର୍ଶ ଦେଇଛନ୍ତି ।

ତେବେ ରାଜ୍ୟରେ ଆଜି ୪୮୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୧୪ ଓ ସ୍ଥାନୀୟ ଅଞ୍ଚଳରୁ ୨୦୩୭ ଜଣ ଚିହ୍ନଟ ହୋଇଛନ୍ତି । ଆଜି କରୋନାରେ ପାଞ୍ଚଜଣଙ୍କର ମୃତ୍ୟୁ ଘଟିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୫୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ନୂଆପଡ଼ାରୁ ୨ ଜଣ ଏବଂ କଟକ, ମୟୁରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.