fbpx
BSKY
BJD YOUTH SKY
BJD MS SKY

ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଝଟକା: ଦଳର ନେତା ରୋହନ ଗୁପ୍ତା ବିଜେପିରେ ସାମିଲ ହେଲେ

ନୂଆଦିଲ୍ଲୀ: ଆସନ୍ତା ୧୯ ତାରିଖଠାରୁ ଦେଶରେ ୭ଟି ପର୍ଯ୍ୟାୟରେ ଲୋକସଭା ନିର୍ବାଚନ ଆରମ୍ଭ ହେବ । ଏଥିସହିତ ୪ଟି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ହେବ । ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ । ନିର୍ବାଚନ ପୂର୍ବରୁ ରାଜନୈତିକ ଦଳମାନେ ପର୍ଯ୍ୟାୟକ୍ରମେ ନିଜ ନିଜର ପ୍ରାର୍ଥୀ ତାଲିକା ଜାରି କରୁଛନ୍ତି । ଏହା ମଧ୍ୟରେ ରାଜନେତାଙ୍କର ଦଳ ବଦଳ ପ୍ରକ୍ରିୟା ଦେଖିବାକୁ ମିଳୁଛି । କିଛି ନେତା ଅନ୍ୟ ଦଳରେ ସାମିଲ ହେଉଥିବା ଦେଖାଯାଉଛି ।

ତେବେ ଏହା ମଧ୍ୟରେ କଂଗ୍ରେସ ଶିବିରରୁ ଆସିଛି ଏକ ବଡ଼ ଖବର । ପୁଣି ଜଣେ ନେତା ଦଳ ଛାଡ଼ି ବିଜେପିରେ ସାମିଲ ହୋଇଛନ୍ତି । ଦଳର ପୂର୍ବତନ ମୁଖପାତ୍ର ରୋହନ ଗୁପ୍ତା ପଦ୍ମ ଧରିଛନ୍ତି । ସବୁଠାରୁ ବଡ଼ କଥା ହେଉଛି ରୋହନଙ୍କୁ ଗୁଜରାଟ ଲୋକସଭା ପାଇଁ କଂଗ୍ରେସ ଟିକେଟ ଦେଇଥିଲେ ହେଁ ସେ ତାହାକୁ ଫେରସ୍ତ କରିଦେଇଥିଲେ । ସୂଚନାଯୋଗ୍ୟ ଯେ, ଏହା ପୂର୍ବରୁ କଂଗ୍ରେସର ଜଣେ ବରିଷ୍ଠ ମୁଖପାତ୍ର ଗୌରବ ବଲ୍ଲଭ ମଧ୍ୟ ଦଳ ଛାଡ଼ି ବିଜେପିରେ ସାମିଲ ହୋଇଥିଲେ ।

Get real time updates directly on you device, subscribe now.