fbpx

ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ୬ଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆସନ୍ତା ମାସ ୧୯ ତାରିଖରୁ ଲୋକସଭା ନିର୍ବାଚନ ପାଇଁ ଦେଶରେ ୭ଟି ପର୍ଯ୍ୟାୟରେ ମତଦାନ ଆରମ୍ଭ ହେବ । ଏହାପରେ ଜୁନ ମାସ ୪ ତାରିଖରେ ନିର୍ବାଚନର ଫଳାଫଳ ଘୋଷଣା ହେବ । ତେବେ ନିର୍ବାଚନ ପାଇଁ ବିଭନ୍ନ ଦଳମାନେ ବିଭିନ୍ନ ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରୁଥିବା ବେଳେ କଂଗ୍ରେସ ମଧ୍ୟ ଏ କ୍ଷେତ୍ରରେ ପଛରେ ପଡ଼ିନାହିଁ । ଏହା ମଧ୍ୟରେ କଂଗ୍ରେସ ତା’ର ୬ଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ।

ଷଷ୍ଠ ପର୍ଯ୍ୟାୟରେ ଦଳ ୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଏହି ଲିଷ୍ଟରେ ରାଜସ୍ଥାନର ୪ଟି ଓ ତାମିଲନାଡ଼ୁରୁ ୧ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏଥିସହିତ ତାମିଲନାଡ଼ୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଉପନିର୍ବାଚନ ପାଇଁ କଂଗ୍ରେସ ଡ. ଥରାହଲ କଥବର୍ଥଙ୍କୁ ପ୍ରାର୍ଥୀ କରିଛି । ଏହା ମଧ୍ୟରେ କଂଗ୍ରେସ ନିଜର ମୋଟ ୧୯୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି । ଏହା ପୂର୍ବରୁ ଗତ ୨୨ ତାରିଖରେ ଦଳ ଚତୁର୍ଥ ପର୍ଯ୍ୟାୟରେ ୪୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିଲା ।

Get real time updates directly on you device, subscribe now.