ନୂଆଦିଲ୍ଲୀ: ଆସନ୍ତା ମାସ ୨୦ ତାରିଖରେ ମହାରାଷ୍ଟ୍ର ବିଧାନସଭା ସଭାର ୨୮୮ ଆସନ ପାଇଁ ମତଦାନ ଗ୍ରହଣ କରାଯିବ । ତା’ପରେ ୨୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ପୂର୍ବରୁ ରାଜ୍ୟ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ୨ଟି ପର୍ଯ୍ୟାୟରେ ପ୍ରାର୍ଥୀ ତାଲିକା ଜାରି କରିଥିବା ବେଳେ ଏବେ ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ପ୍ରଥମ ପର୍ଯ୍ୟାୟରେ ଦଳ ୪୮ ଟି, ଦ୍ୱିତୀୟ ପର୍ଯ୍ୟାୟରେ ୨୩ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଥିବା ବେଳେ ତୃତୀୟ ପର୍ଯ୍ୟାୟରେ ୧୬ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି । ଏପରି ଭାବେ ଦଳ ମୋଟ ୮୭ ଜଣ ପ୍ରାର୍ଥୀଙ୍କ ତାଲିକା ଜାରି କରିଛି ।
ସୂଚନାଯୋଗ୍ୟ ଯେ, ଗତ ୧୫ ତାରିଖରେ ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିଥିଲେ ନିର୍ବାଚନ ଆୟୋଗ । ଭାରତ ପ୍ରତ୍ୟେକ ନିର୍ବାଚନରେ ଏକ ନୂଆ ଇତିହାସ ସୃଷ୍ଟି କରୁଥିବା ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଥିଲେ । ଝାଡ଼ଖଣ୍ଡରେ ନଭେମ୍ବର ୧୩ ପ୍ରଥମ ପର୍ଯ୍ୟାୟ ଓ ୨୦ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ । ମହାରାଷ୍ଟ୍ରରେ ନଭେମ୍ବର ୨୦ରେ ମତଦାନ ଗ୍ରହଣ କରାଯିବ । ଦୁଇ ରାଜ୍ୟରେ ନଭେମ୍ବର ୨୩ରେ ଫଳାଫଳ ଘୋଷଣା ହେବ ।
#MaharashtraAssemblyElections2024: Congress has released another list of its candidates for the upcoming election pic.twitter.com/Hg4JshLXp5
— IANS (@ians_india) October 26, 2024