ଜଗତସିଂହପୁରରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା, ଜାଣନ୍ତୁ କେଉଁ ପଞ୍ଚାୟତ?

ଜଗତସିଂହପୁର,୧୨ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଜଗତସିଂହପୁର ସଦର ତରତଙ୍ଗ ପଞ୍ଚାୟତରେ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି । ୩,୪ ଓ ୫ ନମ୍ବର ୱାର୍ଡକୁ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଅଧିକ କରୋନା ସଂକ୍ରମିତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ।

ତେବେ ରାଜ୍ୟରେ ଆଜି ୧୦ ହଜାର ୯୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୫୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୬୫ ହଜାର ୬୪୮କୁ ବୃଦ୍ଧି ପାଇଛି । ସେହିପରି ସୁନ୍ଦରଗଡରୁ ୯୬୪, କଟକରୁ ୮୮୫, ଅନୁଗୁଳରୁ ୫୩୯, ସମ୍ବଲପୁରରୁ ୪୫୪, ବରଗଡରୁ ୪୩୧, ବଲାଙ୍ଗିରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡାରୁ ୩୮୦, ନୂଆପଡାରୁ ୩୭୮, କଳାହାଣ୍ଡିରୁ ୩୭୦, ଯାଜପୁରରୁ ୩୪୯, ନବରଙ୍ଗପୁରରୁ ୩୩୫, ଷ୍ଟେଟପୁଲରୁ ୩୩୨, ବାଲେଶ୍ୱରରୁ ୩୦୩, କେନ୍ଦୁଝରରୁ ୨୫୩, ମୟୂରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୋନପୁରରୁ ୨୧୫, ରାୟଗଡାରୁ ୨୧୨, କୋରାପୁଟରୁ ୧୯୫, ନୟାଗଡରୁ ୧୯୨, ଢେଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡାରୁ ୧୪୧, କନ୍ଧମାଳରୁ ୧୩୪, ଦେବଗଡରୁ ୧୨୭, ଗଜପତିରୁ ୧୧୧, ମାଲକାନଗିରିରୁ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।