fbpx

କାର୍ଯ୍ୟକାରୀ ହେଲା ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଏତିକି ବଢ଼ିଲା ଠିକା କର୍ମଚାରୀଙ୍କ ଦରମା

ଭୁବନେଶ୍ୱର: ରାଜ୍ୟରେ ବଢ଼ିଲା ଚୁକ୍ତିଭିତ୍ତିକ ତଥା ଠିକା କର୍ମଚାରୀଙ୍କ ଦରମା । ଅର୍ଥ ବିଭାଗ ପକ୍ଷରୁ ଏନେଇ ପ୍ରକାଶ ପାଇଲା ବିଜ୍ଞପ୍ତି । ବିଜ୍ଞପ୍ତି ଅନୁଯାୟୀ ୮,୦୭୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୦,୧୦୦ ଟଙ୍କା । ୮,୩୯୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୦,୫୦୦ ଟଙ୍କା । ୮,୭୫୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୦,୯୦୦ ଟଙ୍କା । ୮,୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୧,୧୦୦ ଟଙ୍କା । ୯ ହଜାର ପାଉଥିବା କର୍ମଚାରୀଙ୍କୁ ମିଳିବ ୧୧,୨୦୦ ଟଙ୍କା । ୯,୨୫୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୧୧,୫୦୦ ଟଙ୍କା । ୯୫୦୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିିଳିବ ୧୧,୯୦୦ ଟଙ୍କା । ୧୦ ହଜାର ପାଉଥିବା କର୍ମଚାରୀ ପାଇବେ ୧୨,୫୦୦ ଟଙ୍କା । ୧୬,୮୮୦ ଟଙ୍କା ପାଉଥିବା କର୍ମଚାରୀଙ୍କୁ ମିଳିବ ୨୧,୧୦୦ ଟଙ୍କା । ଚଳିତ ମାସଠାରୁ ବର୍ଦ୍ଧିତ ଦରମା ଲାଗୁହେବା ନେଇ ପ୍ରକାଶ ବିଜ୍ଞପ୍ତି ପ୍ରକାଶ ।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଦୀପାବଳିରେ ଘୋଷଣା କରିଥିଲେ । ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋରସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା କର୍ମଚାରୀଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାଦ୍ୱାରା ଓଡ଼ିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।

Get real time updates directly on you device, subscribe now.