fbpx
BSKY
BJD SHG SKY
BJD YOUTH SKY

(Video) ରାତିରେ ଘୋଷଣା ସକାଳୁ ଉଚ୍ଛେଦ: ଝାରପଡ଼ା ଗଣେଶ ମଣ୍ଡପ ହାଟ ଭଙ୍ଗାକୁ ନେଇ BJD-BJP ମୁହାଁମୁହିଁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ସକାଳୁ ସକାଳୁ ଭୁବନେଶ୍ୱରର ଝାରପଡ଼ା ଗଣେଶ ମଣ୍ଡପ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଯାଇଛି । ଉକ୍ତ ଅଞ୍ଚଳରେ ବିଜେପି କର୍ପୋରେଟର ପ୍ରାର୍ଥୀ ଜିତିଥିବାରୁ ରାଜନୈତିକ ଆକ୍ରୋଶ ରଖି ବିଜେଡି ଏପରି କରୁଥିବା ଅଭିଯୋଗ ହୋଇଛି । ଗତକାଲି ରାତିରେ ଏନେଇ ଘୋଷଣା କରାଯାଇ ଆଜି ସକାଳୁ ତରବରିଆ ଭାବେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଖବର ପାଇ ଦୁଇ ବିଜେପି ନେତା ବାବୁ ସିଂହ ଓ ଜଗନ୍ନାଥ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ଏହି ଘଟଣାକୁ ନେଇ ହାଟ ବ୍ୟବସାୟୀଙ୍କ ମଧ୍ୟରେ ଉତ୍ତେଜନା ବଢ଼ିଥିବା ବେଳେ ଶତାଧିକ ଲୋକ ଏହାକୁ ବିରୋଧ କରିଥିଲେ । ଫଳରେ ଘଟଣାସ୍ଥଳରେ ୧୨ ପ୍ଲାଟୁନ ପୋଲିସ ଫୋର୍ସଙ୍କୁ ମୁତୟନ କରାଯାଇଛି ।

Get real time updates directly on you device, subscribe now.