fbpx

ରାଜ୍ୟ ସମବାୟ ମନ୍ତ୍ରୀଙ୍କୁ ହୃଦଘାତ, ସଙ୍ଗେସଙ୍ଗେ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସମବାୟ, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ଡ. ପ୍ରଦୀପ ବଳସାମନ୍ତ ଅସୁସ୍ଥ ହୋଇପଡ଼ିଛନ୍ତି । ତେଣୁ ତାଙ୍କୁ ସଙ୍ଗେସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମନ୍ତ୍ରୀ ଶ୍ରୀ ବଳସାମନ୍ତ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ରହିଥିବା ଜଣାପଡ଼ିଛି । ଗତକାଲି ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ବୟନିକା ଶୋରୁମ୍ ଉଦଘାଟନ ଉତ୍ସବରେ ମନ୍ତ୍ରୀ ଯୋଗଦେଇଥିଲେ । ତେବେ କାର୍ଯ୍ୟକ୍ରମ ଚାଲିଥିବା ସମୟରେ ଅଚାନକ ମନ୍ତ୍ରୀଙ୍କ ଛାତିରେ ଯନ୍ତ୍ରଣା ଅନୁଭବ ହୋଇଥିଲା । ଏହାପରେ ତାଙ୍କୁ ସଙ୍ଗେସଙ୍ଗେ ରାଜଧାନୀର ଆପୋଲୋ ହସ୍ପିଟାଲକୁ ନିଆଯାଇଥିଲା ।

ତେବେ ମନ୍ତ୍ରୀ ଡ. ବଳସାମନ୍ତ ଏବେ ଆଇସିୟୁରେ ରହି ଚିକିତ୍ସିତ ହେଉଥିବା ବେଳେ ଏବେ ସେ ସୁସ୍ଥ ଥିବା ଜଣାପଡ଼ିଛି । ସର୍ଜରୀ କରାଯିବା ପରେ ସେ ବିପଦମୁକ୍ତ ରହିଥିବା କୁହାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥାର ତଦାରଖ କରୁଥିବା ଜଣାପଡ଼ିଛି । ଖବର ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ସ୍ୱାସ୍ଥ୍ୟସଚିବ ଶାଳିନୀ ପଣ୍ଡିତ ପ୍ରମୁଖ ହସ୍ପିଟାକୁ ଯାଇ ମନ୍ତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିଥିଲେ । ଡ. ବଳସାମନ୍ତଙ୍କ ସ୍ୱାସ୍ଥ୍ୟ ବିଷୟରେ ଖବର ପାଇଁ ତାଙ୍କର ଅଗଣିତ ଶୁଭେଚ୍ଛୁ ଓ ନିର୍ବାଚନ ମଣ୍ଡଳୀ ବାସିନ୍ଦା ଆଶୁ ଆରୋଗ୍ୟ କାମନା କରିଛନ୍ତି । ସୂଚନାଯୋଗ୍ୟ ଯେ, ପ୍ରଦୀପ ଯାଜପୁର ଜିଲ୍ଲାର ସୁକିନ୍ଦା ନିର୍ବାଚନ ମଣ୍ଡଳୀର ବିଧାୟକ ଅଟନ୍ତି ।

Get real time updates directly on you device, subscribe now.