fbpx

ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮ ହଜାର ୩୩୪କୁ ବୃଦ୍ଧି

ନୂଆଦିଲ୍ଲୀ,୧୧ ।୧୦:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କମ୍ ହେଉଛି କରୋନା ସଂକ୍ରମଣ । ଦେଶରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮ ହଜାର ୩୩୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୪ ହଜାର ୩୮୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୧୮ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ୫୩ ହଜାର ୮୦୭ କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୮ ଲକ୍ଷ ୬୭ ହଜାର ୪୯୬ ଜଣ ଚିକିତ୍ସିତ ହେଉଥିବା ବେଳେ ୬୦ ଲକ୍ଷ ୭୭ ହଜାର ୯୭୬ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.