fbpx

ଖୋର୍ଦ୍ଧାରୁ ୨୦୦ ତ’ କଟକରୁ ୧୧୦: ଜାଣନ୍ତୁ ଅନ୍ୟ ଜିଲ୍ଲାରୁ କେତେ ବାହାରିଲେ ପଜିଟିଭ ?

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ଭାଇରସ୍ ହୁ ହୁ ହୋଇ ବଢ଼ିବାରେ ଲାଗିଛି । ଆଜିକାଲି ଦୈନିକ କରୋନା ସଂକ୍ରମଣ ୫ ଶହ ଟପିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୦୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଲୋକାଲ କେସ ୨୯୯ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୨୧୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗରୁ ୫୨ ଆକ୍ରାନ୍ତ ଥିବା ଜଣାପଡିଛି ।

ତେବେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୧୦, ଷ୍ଟେଟପୁଲରୁ ୪୧, ସୁନ୍ଦରଗଡରୁ ୪୯ ଓ ପୁରୀରୁ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୪, ୫୮୫କୁ ବୃଦ୍ଧି ପାଇଛି । ଏବେ ସକ୍ରିୟ ମାମଲା ୩୫୩୯ ରହିଛି । ୨୪ ଘଣ୍ଟା ମଧ୍ୟରେ ୩୨୯ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୨,୮୧,୮୬୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.