ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା କମିନାହିଁ । ଅନ୍ୟ ରାଜ୍ୟ ମାନଙ୍କ ତୁଳନାରେ ଖୋର୍ଦ୍ଧା ଏବଂ କଟକରେ ସଂକ୍ରମଣରେ ବ୍ରେକ ଲାଗିପାରୁନି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଦୀର୍ଘ ୪ ମାସ ପରେ ରାଜ୍ୟରେ କରୋନା ଦୈନିକ ସଂକ୍ରମଣ ହଜାରେ ତଳକୁ ଖସିବା ପରେ ପରେ ଦୁଇଦିନ ହେଲା ପୁଣି ହଜାରେ ଟପିଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୧୦୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୪୬ ଓ ସ୍ଥାନୀୟ ଅଞ୍ଚଳରୁ ୪୬୧ ଜଣ ଚିହ୍ନଟ ହୋଇଛନ୍ତି ।
22. Nawarangpur: 1
23. Nayagarh: 29
24. Nuapada: 1
25. Puri: 28
26. Rayagada: 5
27. Sambalpur: 20
28. Sonepur: 4
29. Sundargarh: 17
30. State Pool: 82New recoveries: 869
Cumulative tested: 16817290
Positive: 991182
Recovered: 973579
Active cases: 10853— I & PR Department, Odisha (@IPR_Odisha) August 12, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୧ ହଜାର ୧୮୨ ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୭୩ ହଜାର ୫୭୯ ରହିଥିବା ବେଳେ ୧୦ ହଜାର ୮୫୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।