fbpx

ଓଡ଼ିଶାରେ ଦିନକୁ ଦିନ ବଢୁଛି ମୃତ୍ୟୁସଂଖ୍ୟା : କାଲି ୧୨ ତ ଆଜି ୧୪ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦ ।୪(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତକାଲି ରାଜ୍ୟରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ୧୪ ଜୀବନ ନେଇଛି କରୋନା । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୪୩କୁ ବୃଦ୍ଧି ପାଇଛି । କୋରାପୁଟ ଓ ସୁନ୍ଦରଗଡ ଜିଲ୍ଲାରୁ ସବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଖୋର୍ଦ୍ଧା ଓ ରାୟଗଡାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ଗଞ୍ଜାମ, ନବରଙ୍ଗପୁର ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

ତେବେ ଆଜି ରାଜ୍ୟରେ ରାଜ୍ୟରେ ଆଜି ୮,୬୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡିଛି । ଏହା ସହ ସୁନ୍ଦରଗଡରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪, ବଲାଙ୍ଗିରରୁ ୪୫୯, ବରଗଡରୁ ୨୪୩, ଅନୁଗୁଳୁରୁ ୪୧୯, ଝାରସୁଗୁଡାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡାରୁ ୩୦୪, ଷ୍ଟେଟପୁଲରୁ ୨୭୭ ଚିହ୍ନଟ ହୋଇଛନ୍ତି । ସେହିପରି ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩, ଦେବଗଡରୁ ୧୦୨, ସୁବର୍ଣ୍ଣପୁରରୁ ୯୮, କେନ୍ଦ୍ରାପଡାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳରୁ ୫୪, ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୨୧ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.