fbpx

ଦେଶରେ ମୃତ୍ୟୁସଂଖ୍ୟା ୧୬୧କୁ ବୃଦ୍ଧି, ୨୫ ହଜାର ହେଲେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୪ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୬୦୭କୁ ବୃଦ୍ଧି ପାଇଛି । ଦିନକରେ ୨୫ ହଜାର ୩୨୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୫୯ ହଜାର ୪୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୦ ହଜାର ୫୫୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯ ଲକ୍ଷ ୮୯ ହଜାର ୮୯୭ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.