fbpx

ମୃତ୍ୟୁସଂଖ୍ୟା ୧୭୨ରେ ପହଞ୍ଚିଲା, ୩୫ ହଜାର ହେଲେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୭୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୨୧୬କୁ ବୃଦ୍ଧି ପାଇଛି । ଦିନକରେ ୩୫ ହଜାର ୮୭୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୪ ଲକ୍ଷ ୭୪ ହଜାର ୬୦୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୨ ହଜାର ୩୬୪ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୦ ଲକ୍ଷ ୬୩ ହଜାର ୨୫ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.