fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୬.୫୯ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୧୪ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୬ ଲକ୍ଷ ୫୯ ହଜାର ୧୧୮ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୪୨ ହଜାର ୮୭କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୬୫ ଲକ୍ଷ ୮୦ ହଜାର ୧୩୯ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୮ ଲକ୍ଷ ୨ ହଜାର ୮୩୦ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୯ ହଜାର ୨୦୭ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୦୫ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.