fbpx

ବିଶ୍ୱରେ କରୋନା ମୃତ୍ୟୁସଂଖ୍ୟା ୨୬.୬୪ ଲକ୍ଷରେ ପହଞ୍ଚିଲା

ନୂଆଦିଲ୍ଲୀ, ୧୫ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୬ ଲକ୍ଷ ୬୪ ହଜାର ୮୦୧ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୪ ଲକ୍ଷ ୩ ହଜାର ୮୭କୁ ବୃଦ୍ଧି ପାଇଛି । ମୋଟ ୯ କୋଟି ୬୯ ଲକ୍ଷ ୪୭ ହଜାର ୪୦୪ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୭ ଲକ୍ଷ ୮୬ ହଜାର ୨୪୧ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୮୭ ହଜାର ୮୨୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୪୭ ହଜାର ୨୩୪ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.