fbpx

ଆଶଙ୍କା ବଢ଼ାଉଛି କରୋନା: ଆଜି ରାଜ୍ୟରେ ୩୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୮ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି କଟକ ଓ ବରଗଡ଼ରୁ ୫ ଜଣ ଲେଖାଏଁ, ମୟୂରଭଞ୍ଜ ଓ ପୁରୀରୁ ୪ ଜଣ ଲେଖାଏଁ, ସମ୍ବଲପୁରରୁ ୩ ଜଣ, ଜଗତସିଂହପୁର ଓ ଝାରସୁଗୁଡ଼ାରୁ ୨ ଜଣ ଲେଖାଏଁ, କେନ୍ଦୁଝର, କୋରାପୁଟ ଓ ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼ ଓ ଗଞ୍ଜାମରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.