fbpx

ରାଜ୍ୟରେ ପୁଣି ବଢ଼ିଲା କରୋନା: ଆଜି ୩୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୦୮କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ୫ ଜଣ, କଟକ, କଳାହାଣ୍ଡି ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ, ବରଗଡ଼, ସୁନ୍ଦରଗଡ଼ ଓ ପୁରୀରୁ ୩ ଜଣ ଲେଖାଏଁ, ବଲାଙ୍ଗିର, କେନ୍ଦ୍ରାପଡ଼ା, ଦେବଗଡ଼ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ, ଗଜପତି, ମୟୂରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.