fbpx

ଆଜି ରାଜ୍ୟରେ ୪୨ କରୋନା ରୋଗୀଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୧୯୬କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୮ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ରୁ ୫ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ଗଞ୍ଜାମ, ଅନୁଗୁଳ, ଝାରସୁଗୁଡ଼ା ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, କଳାହାଣ୍ଡି, ନୟାଗଡ଼ ଓ ପୁରୀର ୨ ଜଣ ଲେଖାଏଁ, କେନ୍ଦୁଝରରୁ ଜଣେ ମୃତ୍ୟୁବରଣ କରିଛନ୍ତି । ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.