fbpx

ରାଜ୍ୟରେ ପୁଣି ବଢ଼ିଲା କରୋନା: ଆଜି ୪୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୫୦କୁ ବୃଦ୍ଧି ପାଇଛି । ଆଜି କଟକ, ଭୁବନେଶ୍ୱର, ଝାରସୁଗୁଡ଼ା, ପୁରୀ ଓ ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବରଗଡ଼, କେନ୍ଦ୍ରାପଡ଼ା, କୋରାପୁଟରୁ ୩ ଜଣ ଲେଖାଏଁ, ଅନୁଗୁଳ, ଖୋର୍ଦ୍ଧା, ମାଲକାନଗିରି, ମୟୂରଭଞ୍ଜ, ନୂଆପଡ଼ାରୁ ୨ ଜଣ ଲେଖାଏଁ, କଳାହାଣ୍ଡି, ରାୟଗଡ଼ା, ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.