fbpx

ରାଜ୍ୟରେ କରୋନା ମୃତ୍ୟୁ ଉପରେ ରହୁନି ନିୟନ୍ତ୍ରଣ: ଆଜି ୪୩ ଜଣଙ୍କ ମୁଣ୍ଡ ଗଡ଼ିଲା

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକ ଓ ବରଗଡ଼ରୁ ୫ ଜଣ ଲେଖାଏଁ, ଝାରସୁଗୁଡ଼ା ଓ ପୁରୀରୁ ୪ ଜଣ ଲେଖାଏଁ, ଗଞ୍ଜାମ ଓ କୋରାପୁଟରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ବୌଦ୍ଧ, ସମ୍ବଲପୁର, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.