fbpx
BSKY
BJD YOUTH SKY
BJD MS SKY

ଆଜି ପୁଣି ୪୩ କରୋନା ରୋଗୀଙ୍କ ପ୍ରାଣହାନୀ, ମୃତ୍ୟୁକୁ ନେଇ କାହାର ଚିନ୍ତା ନାହିଁ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୯୩୦କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ବରଗଡ଼, କଟକ ଓ ନୟାଗଡ଼ରୁ ୫ ଜଣ ଲେଖାଏଁ, ସୁନ୍ଦରଗଡ଼ରୁ ୪ ଜଣ, ଭଦ୍ରକ, ଗଞ୍ଜାମ ଓ କଟକରୁ ୩ ଜଣ ଲେଖାଏଁ, ଢେଙ୍କାନାଳରୁ ୨ ଜଣ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.