fbpx
BSKY SKY
BSKY SKY

ଆଜି ପୁଣି ରାଜ୍ୟରେ ୪୫ କରୋନା ରୋଗୀଙ୍କ ମୃତ୍ୟୁ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ

BSKY

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୧୫୪କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼ ଓ କଟକରୁ ୫ ଜଣ ଲେଖାଏଁ, ଢେଙ୍କାନାଳର ୪ ଜଣ, କୋରାପୁଟ, ସମ୍ବଲପୁର, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ର ୩ ଜଣ ଲେଖାଏଁ, ନୟାଗଡ଼ ଓ ପୁରୀରୁ ୨ ଜଣ ଲେଖାଏଁ, ଅନୁଗୁଳ, ଗଞ୍ଜାମ, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.