fbpx

ଦେଶରେ ମୃତ୍ୟୁସଂଖ୍ୟା ୪,୨୨,୬୬୨କୁ ବୃଦ୍ଧି, ଜାଣନ୍ତୁ ଆଜି କେତେ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସବୃଦ୍ଧି ଘଟିଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । କିଛିଦିନ ପୂର୍ବରୁ ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା ବଢ଼ିଯାଇଥିଲା । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୬୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୨ ହଜାର ୬୬୨କୁ ବୃଦ୍ଧି ପାଇଛି । ଦିନକରେ ୪୩ ହଜାର ୫୦୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୩ ହଜାର ୮୪୦ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୩ କୋଟି ୭ ଲକ୍ଷ ୧ ହଜାର ୬୧୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୪୫ କୋଟି ୭ ଲକ୍ଷ ୬ ହଜାର ୨୫୭ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.