fbpx

ଓଡ଼ିଶାରେ ୬୦ ତଳକୁ ଖସୁନି କରୋନା ମୃତ୍ୟୁର ତାଣ୍ଡବ, ଜାଣନ୍ତୁ ଆଜି କେତେ

ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିଲେ ବି ମୃତ୍ୟୁ ସଂଖ୍ୟା ରେକର୍ଡସ୍ତରରେ ରହୁଛି । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଏହାରି ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହି କ୍ରମରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୫ ହଜାର ୭୦୩କୁ ବୃଦ୍ଧି ପାଇଛି ।

ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ସୁନ୍ଦଗଡ଼ରୁ ୧୦, ଅନୁଗୁଳରୁ ୯, ଢ଼େଙ୍କାନାଳରୁ ୮, ଝାରସୁଗୁଡାରୁ ୫, ବରଗଡ଼, ପୁରୀ ଓ ସମ୍ବଲପୁରରୁ ୪ ଜଣ ଲେଖାଏଁ, କନ୍ଧମାଳରୁ ୩, ବଲାଙ୍ଗିରରୁ ୨ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହ ଭଦ୍ରକ, କଟକ, ଜଗତସିଂହପୁର, ମାଲକାନଗିରି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.