fbpx

କରୋନା ମୃତ୍ୟୁସଂଖ୍ୟା ୨୮ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୩୧ା୩: ସମଗ୍ର ବିଶ୍ୱରେ କରୋନାର ପ୍ରଭାବ କ୍ରମଶଃ ବଢ଼ିବାରେ ଲାଗିଛି । ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୨୮ ଲକ୍ଷ ୧୫ ହଜାର ୪୩୨ରେ ପହଞ୍ଚିଛି । ତେବେ ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ କୋଟି ୮୭ ଲକ୍ଷ ୮୮ ହଜାର ୨୫୩କୁ ବୃଦ୍ଧି ପାଇଛି । ମୋଟ ୧୦ କୋଟି ୩୯ ଲକ୍ଷ ୧୫ ହଜାର ୮୪୭ ଜଣ ସୁସ୍ଥ ହୋଇଛନ୍ତି । ୨ କୋଟି ୨୦ ଲକ୍ଷ ୫୭ ହଜାର ୫୯୧ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି । ଚିକିତ୍ସାଧୀନଙ୍କ ମଧ୍ୟରୁ ୯୫ ହଜାର ୮୨୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି । କରୋନା ପ୍ରଭାବିତ ୨୨୯ଟି ଦେଶ ମଧ୍ୟରୁ ଆମେରିକାରେ ସର୍ବାଧିକ ମୃତ୍ୟୁ ଘଟିଛି । ଆମେରିକାରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୬୪ ହଜାର ୧୩୮ରେ ପହଞ୍ଚିଛି । ସୂଚନାଯୋଗ୍ୟ ଯେ, ବିଶ୍ୱରେ କରୋନା ପ୍ରକୋପ ଯୋଗୁଁ ସାଧାରଣ ଜୀବନ ଯାତ୍ରା ଦୀର୍ଘ ଦିନ ଧରି ଅସ୍ତବ୍ୟସ୍ତ ହୋଇପଡ଼ିଥିଲା ।

Get real time updates directly on you device, subscribe now.