fbpx

ଦେଶରେ ମୃତ୍ୟୁସଂଖ୍ୟା ୪ ହଜାର ଟପିଲା

ନୂଆଦିଲ୍ଲୀ, ୧୬ା୫ : ଦେଶରେ କରୋନା ଥମିବାର ନାଁ ଧରୁନାହିଁ । ବିଭିନ୍ନ କଟକଣା, ଟିକାକରଣ ମଧ୍ୟ କରୋନା ସଂକ୍ରମଣ ଓ ମୃତ୍ୟୁ ଉପରେ କୌଣସି ପ୍ରଭାବ ପକାଇ ପାରିନାହିଁ । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୦୭୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୭୦ ହଜାର ୨୮୪କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୧୧ ହଜାର ୧୭୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୪୬ ଲକ୍ଷ ୮୪ ହଜାର ୭୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୬ ଲକ୍ଷ ୧୮ ହଜାର ୪୫୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୭ ଲକ୍ଷ ୯୫ ହଜାର ୩୩୫ରେ ପହଞ୍ଚିଛି । ୧୮ କୋଟି ୨୨ ଲକ୍ଷ ୨୦ ହଜାର ୧୬୪ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.