fbpx

ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୩ ଲକ୍ଷ ଟପିଲା

AAKASH

ନୂଆଦିଲ୍ଲୀ : ଦେଶରେ କରୋନା ସାମାନ୍ୟ ହ୍ରାସ ପାଇବା ଦେଖାଯାଇଛି । ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମିଥିବା ଜଣାପଡ଼ିଛି ତେବେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୪୫୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୩ ହଜାର ୭୨୦କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୨୨ ହଜାର ୩୧୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୬୭ ଲକ୍ଷ ୫୨ ହଜାର ୪୪୭କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ୨୦ ହଜାର ୭୧୬ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୩୭ ଲକ୍ଷ ୨୮ ହଜାର ୧୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.