fbpx

ଦେଶରେ ବଢ଼ୁଛି ମୃତ୍ୟୁସଂଖ୍ୟା, ଦୁଇକୋଟି ଟପିଲା କରୋନା ପଜିଟିଭ୍

ନୂଆଦିଲ୍ଲୀ, ୪ା୫ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୪୯୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୨୨ ହଜାର ୪୦୮କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୫୭ ହଜାର ୨୨୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨ ଲକ୍ଷ ୮୨ହଜାର ୮୩୩କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ଲକ୍ଷ ୪୭ ହଜାର ୧୩୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୩ ହଜାର ୨୯୨ରେ ପହଞ୍ଚିଛି । ୧୫ କୋଟି ୮୯ ଲକ୍ଷ ୩୨ ହଜାର ୯୨୧ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.